ସାଧାରଣତନ୍ତ୍ର ଦିବସ ପୂର୍ବରୁ ୧୧୩୨ ବିଶିଷ୍ଟ ବ୍ୟକ୍ତିଙ୍କ ପାଇଁ ପୁରସ୍କାର ଘୋଷଣା । ପୋଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ ବର୍ଗରେ ଉଲ୍ଲେଖନୀୟ ସେବା, ସାହସିକତା ଆଦି ପ୍ରଦର୍ଶନ ପାଇଁ ଏହି ସମ୍ମାନ ପ୍ରଦାନ କରାଯିବ ।ଓଡ଼ିଶାର ୨ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପଦକ ମିଳିବ । ଓଡ଼ିଶାରୁ ଗୃହ ବିଭାଗ ସଚିବ ସନ୍ତୋଷ ବାଲା ଓ କନଷ୍ଟେବଲ ସଂଯୁକ୍ତା ପଟ୍ଟନାୟକ ପାଇବେ ରାଷ୍ଟ୍ରପତି ପଦକ । ସେହିପରି ସାହସିକତା ପୁରସ୍କାର ପାଇଁ ଦେଶରୁ ମୋଟ ୨୭୭ ଜଣଙ୍କୁ ମଧ୍ୟରୁ ଓଡ଼ିଶାରୁ ୧୫ ଜଣଙ୍କ ନାଁ ରହିଛି । ଏଥିମଧ୍ୟରେ ଏସଆଇ ଅରୁଣ କୁମାର ଭୋଇ, ହାବିଲଦାର ମୋତିରାମ ସାହୁ, କମାଣ୍ଡୋ ପ୍ରକାଶ ମାଝି, ନିରଞ୍ଜନ ସାହୁ, ଯଦୁମଣୀ ଭୋଇ, ଉମେଶ ସେଠ, ବୁବୁନ କୁମ୍ଭାର, ସଂଜୟ କୁମାର ଗୁରୁ, ବିଶ୍ୱଜିତ ଦାସ ପ୍ରମୁଖଙ୍କ ନାଁ ରହିଛି ।