ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା । ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ଏନଏସି ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ , ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ଏନଏସି ଘୋଷଣା କରାଯାଇଛି ।5-T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।