ବଢୁଛି ବାତ୍ୟା ଭୟ। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ୨୩ ତାରିଖରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି।
ବାତ୍ୟାକୁ ନଜରରେ ରଖି ଏସ୍ଆରସି କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ଗତିପଥ ଉପରେ ତୀକ୍ଷଣ ନଜର ରଖୁଛି କଣ୍ଟ୍ରୋଲ ରୁମ। ସେପଟେ ବାତ୍ୟା ସ୍ଥିତି ମୁକାବିଲା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକୁ ଯିବେ ବରିଷ୍ଠ ଆଇଏସ୍ ଅଧିକାରୀ। କେଉଁ ଜିଲ୍ଲାକୁ କେତେ ଏନଡ଼ିଆରଫ ଓ ଓଡ୍ରାଫ ଟିମ ଯିବ ସେ ନେଇ ଯୋଜନା ଚାଲିଛି। ଆଜି ସନ୍ଧ୍ୟାରେ ବିଭିନ୍ନ ଜିଲ୍ଲା ଅଭିମୁଖେ ବାହାରିବ ଏନଡ଼ିଆରଫ, ଓଡ୍ରାଫ ଓ ଅଗ୍ନିଶମ ଟିମ।