ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ପ୍ରେସ୍ମିଟ କରି ସୂଚନା ଦେଲେ ବୋର୍ଡ ସଭାପତି । ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସବୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।