ପ୍ରକାଶ ପାଇଲା ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ। ସକାଳ ୯ଟାରେ ପ୍ରଥମେ ପରୀକ୍ଷା ପରିଚାଳନା କମିଟିର ବୈଠକ ବସି ଫଳ ଉପସ୍ଥାପନ କରାଯାଇଥିଲା। ଏହାପରେ ଦିନ ସାଢ଼େ ୧୦ଟାରେ ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି ଫଳାଫଳ। ଚଳିତବର୍ଷ ପାସ୍ ହାର ୯୬.୦୭% ରହିଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଛାତ୍ରୀଙ୍କ ପାସ୍ ହାର ୯୬.୭୩% ଛାତ୍ରଙ୍କ ପାସ୍ ହାର ୯୫.୩୯%। ରାଜ୍ୟରେ ଏବର୍ଷ ୫ ଲକ୍ଷ ୪୧ ହଜାର ରେଗୁଲାର୍ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ଚଳିତ ବର୍ଷ ପ୍ରଥମ ଥର ପାଇଁ ରେଜଲ୍ଟ ଘୋଷଣାର ୬ ଘଣ୍ଟା ପରେ ଅର୍ଥାତ୍ ଅପରାହ୍ନ ୪ଟା ବେଳକୁ ଅନଲାଇନ ଏବଂ ହ୍ବାଟ୍ସଆପରେ ଛାତ୍ରଛାତ୍ରୀ ଡିଜିଟାଲ ମାଟ୍ରିକ ପ୍ରମାଣପତ୍ର ପାଇପାରିବେ। ଏଥିପାଇଁ BSE/Hi ଲେଖି 77100-58192 ନମ୍ବରରେ ହ୍ବାଟ୍ସଆପ୍ କରିପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।