ଆସନ୍ତା ୧୩ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏପରିକି ୧୩ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ରାୟଗଡାରେ ୨୬.୪ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଭଦ୍ରକ ୧୪.୧ମି.ମି, ନବରଙ୍ଗପୁର ୧୪ମି.ମି, କୋରାପୁଟ ୧୧.୨ମି.ମି, ପୁରୀ ୯.୪ମି.ମି, ଚାନ୍ଦବାଲି ୪.୪ମି.ମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହେବା ସମ୍ଭାବନା ରହିଛି।