୭୪ତମ ଜନ୍ମଦିନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନତା ମଇଦାନରେ ଜନସଭାକୁ ସମ୍ବୋଧିତ କରିବା ସହିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ପରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀ ସାମ୍ନାକୁ ଆସିବା ପରେ ପୁଲିସ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ କରାଯାଇଥିଲା। ସୁରକ୍ଷା ବ୍ୟବସ୍ତା କଡାକଡି କରାଯିବା ନେଇ ବୈଠକରେ ନିଷ୍ପତି ନିଆଯାଇଛି।ବୈଠକ ପରେ ସୁରକ୍ଷା ବ୍ୟବସ୍ଥା ନେଇ ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ୧୭ରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯିବ। ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ବ୍ୟାରିକେଡ୍ ହେବ। ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍ କଟକଣା ଲାଗୁ ହେବ। ସାଧା ପୋଷାକରେ ବୁଲିବେ ପୁଲିସ। ତେବେ ଏଥିପାଇଁ ଏବେଠୁ ଗୁଇନ୍ଦା ବିଭାଗ ସକ୍ରିୟ ରହିଥିବା ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି।