ଲଘୁଚାପ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏହା ଦକ୍ଷିଣ ପୂର୍ବ ବାଂଲାଦେଶ ଏହାର ଆଖପାଖରେ କେନ୍ଦ୍ରୀଭୂତ ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ। ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି। କାଲିଠାରୁ ବର୍ଷାର ପରିମାଣ ବଢ଼ିବ। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି। ମୟୂରଭଂଜ ଜିଲ୍ଲାରେ ୨୦୦ ମିମିରୁ ଅଧିକ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିମି ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।