ଡେସ୍କ: ଷୋଡଶ ଅର୍ଥ କମିଶନ ଆସନ୍ତା ମାସରେ ଓଡିଶା ଆସିବାର ଯୋଜନା ରହିଛି ତେଣୁ ସେ ସମୟରେ ରାଜ୍ୟ ସରକାର ୧୨,୫୬,୧୪୮ କୋଟି ଟଙ୍କା ଦାବି କରିବେ ଓ ଅର୍ଥ ମିଳିଲେ ତାହା ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ ହେବ। ଆଜି ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।
କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ, ଶିକ୍ଷା କ୍ଷେତ୍ରକୁ ଆହୁରି ସୁଦୃଢ କରିବା ନିମନ୍ତେ ପ୍ରତି ପଞ୍ଚାୟତରେ ଏକ ଗୋଦାବରିଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏଥିପାଇଁ ରାଜ୍ୟ ସରକାର ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ। ୨୦୨୫ରେ ପ୍ରଥମ ପର୍ଯ୍ୟାୟରେ ୧୧୪ଟି ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ।
ଅନ୍ୟ ଏକ ନିଷ୍ପତ୍ତି ଅନୁଯାୟୀ, ଓଡ଼ିଶା ଡାକ୍ତରୀ ଓ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭ର ସଂଶୋଧନକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ନିଯୁକ୍ତି ସ୍ତରକୁ ୭ରୁ ହ୍ରାସ କରି ୬ରେ ସୀମିତ ରଖିବା ସହ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦକ୍ଷ ମାନବ ସମ୍ବଳ ଯୋଗାଇଦେବା ନିମନ୍ତେ ୫ ହଜାର ଡାକ୍ତର ସହ ୧୨୬ ଦନ୍ତ ଚିକିତ୍ସକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ।