ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୫ ଲକ୍ଷରୁ ଅଧିକ ଚାଷୀମାନଙ୍କୁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪୪୧ କୋଟି ୭୬ ଲକ୍ଷ ଟଙ୍କାର ବିନା ସୁଧ ଋଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ଏହା ପ୍ରଦାନ କରାଯାଇଛି। ଆଜି ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଲୋକସେବା ଭବନରେ ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ୩୫ ଲକ୍ଷରୁ ଅଧିକ ଚାଷୀ ପରିବାର ପାଇଁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ରିହାତି ବିତରଣ କରାଯାଇଛି। ଚାଷୀଙ୍କ ବିକାଶରେ ଓଡ଼ିଶା ସମବାୟ ବିନା ସୁଧରେ ୧ଲକ୍ଷ ପର୍ଯ୍ୟନ୍ତ କୃଷିଋଣ ପ୍ରଦାନ କରୁଛି। ଚାଷୀ ଋଣ ଉପରେ ବାର୍ଷିକ ପ୍ରାୟ ୮୦୦ କୋଟି ଟଙ୍କା ସୁଧ ରିହାତି ଦେଉଛି ଓଡ଼ିଶା ସମବାୟ।
ସୁଧ ରିହାତି ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷ ଆମ ଅର୍ଥନୀତିର ଆତ୍ମା, ବିକାଶର ଆଧାର। ଚାଷୀ, ମା ଓ ଯୁବବର୍ଗ ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶାର ସାରଥୀ ସାଜିଛନ୍ତି। ତେଣୁ ଚାଷୀ, ମା ଓ ଯୁବବର୍ଗଙ୍କ ସଶକ୍ତିକରଣ ଉପରେ ସବୁବେଳେ ଜୋର ଦେଇ ଆସିଛି। ଚାଷୀଙ୍କୁ ସଶକ୍ତ କରିବାକୁ ସ୍ୱତନ୍ତ୍ର ବଜେଟ କରାଯାଇଛି। ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଶସ୍ୟ ଋଣ ଦିଆଯାଇଛି। ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ଦିଆଯାଉଛି। ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡ଼ିଶା ପ୍ରଥମ।