ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଷ୍ଟେଟ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ୧୮ରେ ପ୍ରକାଶ ପାଇବ। ୧୮ ତାରିଖ ଦିନ ୧୦ଟା ବେଳେ ପ୍ରକାଶ ପାଇବ ଫଳାଫଳ। ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ। ୱେବ୍ସାଇଟକୁ ଯାଇ କିମ୍ବା ଏସଏମଏସ କରି ରେଜଲ୍ଟ ଜାଣି ପାରିବେ। www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ ହେବ। ଚଳିତ ବର୍ଷ ପ୍ରାୟ ୫ ଲକ୍ଷ ୩୨ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ରେଜଲ୍ଟ ଜନିତ ଅସୁବିଧା ଥିଲେ, କଣ୍ଟ୍ରୋଲ ରୁମ୍କୁ କଲ୍ କରି ଅଭିଯୋଗ କରିବେ। ଏନେଇ ଆଜି କଟକ ବୋର୍ଡ କାର୍ଯ୍ୟାଳୟରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ଦେଇଛନ୍ତି।