ଆଜି ହେଉଛି ଓଡ଼ିଆ ସାମ୍ବାଦିକତା ଦିବସ । ୧୮୬୬ ମସିହା ଅଗଷ୍ଟ ୪ ଅର୍ଥାତ ଆଜିର ତାରିଖ ଥିଲା ଓଡ଼ିଆ ସାମ୍ବାଦିକତା ପାଇଁ ଗୌରବର ଦିନ । ଓଡ଼ିଶାର ପ୍ରଥମ ଓଡ଼ିଆ ଖବରକାଗଜ ଭାବେ ‘ଉତ୍କଳ ଦୀପିକା’ ଆତ୍ମପ୍ରକାଶ କରିଥିଲା । ଏହାର ପ୍ରଥମ ସମ୍ପାଦକ ଥିଲେ ଗୌରୀଶଙ୍କର ରାୟ। ପ୍ରଥମେ ଏହା ସାପ୍ତାହିକ ଏବଂ ପରବର୍ତ୍ତୀ ସମୟରେ ଦୈନିକ ଭାବେ ପ୍ରକାଶିତ ହୋଇଥିଲା। ଗୌରୀଶଙ୍କର ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ବାବୁ ବିଚିତ୍ରାନନ୍ଦ ଦାସଙ୍କ ଉଦ୍ୟମରେ କଟକଠାରେ ପ୍ରତିଷ୍ଠିତ କଟକ ପ୍ରିଣ୍ଟିଂ କମ୍ପାନୀରୁ ଏହି ଖବରକାଗଜ ପ୍ରକାଶ ପାଉଥିଲା। ଏହା ତକତ୍ାଳୀନ ସାମାଜିକ ତଥା ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ଦେବା ସହ ଓଡ଼ିଆମାନଙ୍କ ସ୍ବାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ ଦାବି ଉପସ୍ଥାପିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା କରିଥିଲା। ବାଲ୍ୟ ବିବାହ ପରି ଘୃଣା ପ୍ରଥା ବିରୋଧରେ ମଧ୍ୟ ସ୍ବର ଉତ୍ତୋଳନ କରି ସାମାଜିକ ସଂସ୍କାର ପାଇଁ ଏହି ଖବର କାଗଜ ଉଦ୍ୟମ କରିଥିଲା। ଉକତ୍ଳ ଦୀପିକାର ସଫଳତା ଓଡ଼ିଶାରେ ଖବରକାଗଜ ପ୍ରକାଶନର ଧାରା ସୃଷ୍ଟି କରିଥିଲା। ତେଣୁ ପ୍ରତିବର୍ଷ ଅଗଷ୍ଟ ୪କୁ ଓଡ଼ିଆ ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଇଥାଏ।