ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୪ ଡିଗ୍ରି ଅଧିକ ରହିଥିବା ବେଳେ ଥଣ୍ଡାର ପ୍ରଭାବ ଯଥେଷ୍ଟ ହ୍ରାସ ପାଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ସକାଳୁ ସକାଳୁ ରାଜ୍ୟର ଅନେକ ସ୍ଥାନରେ ଘନ କୁହୁଡ଼ି ଯୋଗୁଁ ସାଧାରଣ ଜନଜୀବନ ଓ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହେଉଥିବା ଦେଖିବାକୁ ମିଳୁଛି। ଫୁଲବାଣୀ, ନୟାଗଡ଼, କୋରାପୁଟ, ରାଉରକେଲା ଓ ସୋନପୁର ଭଳି ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହୋଇଥିବା ବେଳେ ଭିଜିବିଲିଟି ସ୍ତର ପ୍ରାୟ ୫୦ ମିଟରକୁ ହ୍ରାସ ପାଇଛି।