ଉପରମୁହାଁ ହେଉଛି ପାରଦ। ବଢୁଛି ତାତି। ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ମେ ୧ ତାରିଖ ବେଳକୁ ୪୮ ଡିଗ୍ରୀ ଛୁଇଁବ ତାପମାତ୍ରା। ଏଥିସହ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିବାର ସମ୍ଭାବନା ରହିଛି। ଆଗାମୀ ଶୁକ୍ରବାର ଓ ଶନିବାର ସ୍ଥିତି ଆହୁରି ଭୟଙ୍କର ହେବ। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଭୟଙ୍କର ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ଯେଉଁଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।