କଲକାତା ଆର.ଜି. କର ମେଡିକାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ନିଜ ଆଡୁ ମାମଲା ରୁଜୁ କରି ଶୁଣାଣି କରୁଥିବାବେଳେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ନୂଆ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦେଶ ଦେଇଛନ୍ତି।ସେହିପରି ସାମାଜିକ ଗଣମାଧ୍ୟମଗୁଡ଼ିକରୁ ପୀଡ଼ିତାଙ୍କ ଫଟୋକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ନିର୍ଦେଶ ଦେଇଛନ୍ତି। ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ରିପୋର୍ଟ ଦାଖଲ କରାଯାଇଛି। ଡାକ୍ତରମାନେ ଧର୍ମଘଟ ଜାରି ରଖିଥିବାରୁ ୨୩ ରୋଗୀଙ୍କର ଚିକିତ୍ସା ଅଭାବରୁ ମୃତ୍ୟୁ ଘଟିଲାଣି ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।