ଓଡ଼ିଶାରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ। ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ,ସରଳ ସୁଗମ କରାଯିବ । ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ଯ୍ୟ। ଆବଶ୍ୟକ ପଡିଲେ ଆଇନରେ ହେବ ସଂଶୋଧନ। ଆଜି ଲୋକସେବା ଭବନରେ ନିଜ ପ୍ରକୋଷ୍ଠରେ କାର୍ୟ୍ୟ ଆରମ୍ଭ କରିବା ଅବସରରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ । ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ । ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ୟ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ ।