ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ।
ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ମଧ୍ୟରେ ରହିବ।