ଭୁବନେଶ୍ୱର : ଆସନ୍ତା ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ । ନୂଆବର୍ଷରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ବଡ ବିକଳ୍ପ ଆଣିବେ ନୂଆ ସରକାର । ରାଜ୍ୟର ସାଢେ ୩କୋଟି ଲୋକଙ୍କୁ ମିଳିବ କାର୍ଡ । କେହି ବି ବଞ୍ଚିତ ହେବେ ନାହିଁ। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।
କେନ୍ଦ୍ରୀୟ ଟିମ ମଧ୍ୟ ବୁଲି ଯାଇଛନ୍ତି । ଏହା ସହ ନୂଆ ବର୍ଷରେ ନୂଆ ମେଡିକାଲ କଲେଜ, ନର୍ସିଙ୍ଗ କଲେଜ ମାଧ୍ୟ ବଢ଼ାଇବାକୁ ସରକାରଙ୍କ ସଂକଳ୍ପ ରହିବ । ଫେବ୍ରୁଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁହେବ । ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ହିଁ ଏହି ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ ।
ଗୋପବନ୍ଧୁ ଆରୋଗ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନାର ଏମଓୟୁ ସ୍ୱାକ୍ଷର ହେବ । ସାଢେ ୩ କୋଟି ଲୋକଙ୍କୁ ସ୍ଵତନ୍ତ୍ର କାର୍ଡ ଦିଆଯିବ । ଏହାଦ୍ୱାରା କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ୨୭ ହଜାର ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇବେ । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।
ଏହା ମଧ୍ୟ କହିଛନ୍ତି ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ । ଆୟୁଷ୍ମାନ ଭାରତ କେବେ ଓଡିଶାରେ ଲାଗୁ ହେବ ସେନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଆଜି ଏନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ପ୍ରବାସୀ ଓଡିଆମାନେ ସ୍ବାସ୍ଥ୍ୟ ଭିତ୍ତିକ ଯୋଜନା ପାଇବାରୁ ବଞ୍ଚିତ ହେଉଥିବା ବେଳେ ବର୍ତ୍ତମାନ ସେମାନେ ଉପକୃତ ହେବେ ବୋଲି କୁହାଯାଇଛି ।