ଜଳୁଛି ବାଂଲାଦେଶ। ରାଜଧାନୀ ଢାକା ସମେତ ଦେଶର ବିଭିନ୍ନ ସ୍ଥାନରେ ଅଶାନ୍ତି ଓ ହିଂସାକାଣ୍ଡ ଘଟିଛି। ୧୪ ପୁଲିସ କର୍ମଚାରୀଙ୍କ ସମେତ ୧୦୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ଶତାଧିକ ଆହତ ହୋଇଛନ୍ତି।
ପ୍ରଧାନମନ୍ତ୍ରୀ ଶେଖ୍ ହାସିନା ସରକାର ତିଷ୍ଠିବା ନେଇ ମଧ୍ୟ ଉପୁଜିଛି ସନ୍ଦେହ। ଅଳ୍ପ କିଛି ଦିନ ତଳେ ନିଯୁକ୍ତିରେ ସଂରକ୍ଷଣ ବିରୋଧରେ ଛାତ୍ର ଆନ୍ଦୋଳନରେ ୨ଶହରୁ ଅଧିକ ଜୀବନ ଯାଇଥିଲା। ତେବେ ଗତକାଲି ପୁଣି ଅଧିକାଂଶ ଛାତ୍ର ସଂଗଠନ ଏବଂ ପ୍ରମୁଖ ବିରୋଧ ଦଳ BNP ସମର୍ଥିତ ସଂଗଠନ ଗୁଡ଼ିକ ପକ୍ଷରୁ ଅସହଯୋଗ ଆନ୍ଦୋଳନ କରାଯାଇଥିଲା।