ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିକାଟୁ ବିଧାନସଭା ଆସନ ପାଇଁ ଆଜି (ଏପ୍ରିଲ୍ ୩୦) ନାମାଙ୍କନ ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ତାଙ୍କ ସହ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଓ ମନ୍ତ୍ରୀ ବିକ୍ରମକେଶରୀ ଆରୁଖ ପ୍ରମୁଖ ଉପସ୍ଥିତ ଥିଲେ। ମେ ୨୦ରେ ଦ୍ବିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି। ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡ୍ରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଥିଲେ। ସେଠାରୁ କାର୍ରେ ମା’ତାରାତାରିଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା ପରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।