ଭୁବନେଶ୍ବର:ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ମହାବିଷୁବ ସଂକ୍ରାନ୍ତି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତନ ଜୀବନରେ ଆନନ୍ଦ ଭରିଯାଉ। ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ଆସୁ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ପବିତ୍ର #ମହାବିଷୁବସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ପ୍ରଥମ ଦିନରେ ମାନ୍ୟବର ରାଜ୍ୟପାଳ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ସେ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି। pic.twitter.com/pRzfqpHNwb
— Governor Odisha (@GovernorOdisha) April 14, 2023
ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ। #ବନ୍ଦେଉତ୍କଳଜନନୀ pic.twitter.com/oCckKIPRHQ
— Naveen Patnaik (@Naveen_Odisha) April 14, 2023
ଏହାଛଡା ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟ୍ୱିଟ କରି ଲେଖିଛନ୍ତି, ପବିତ୍ର ପଣା ସଂକ୍ରାନ୍ତିରେ ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଛି । ଏହି ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀ ମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ସୁଖ ସମୃଦ୍ଧି କାମନା କରିଛନ୍ତି ରାଷ୍ଟ୍ରପତି । ସେହିଭଳି ଓଡ଼ିଶାବାସୀ ଙ୍କୁ ଶୁଭେଚ୍ଛା ଦେବାରେ ପଛରେ ନାହାନ୍ତି ଆମ ଦେଶର ପ୍ରଧାନମନ୍ତ୍ରୀ ,ନୂଆବର୍ଷରେ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।