ଭୁବନେଶ୍ୱର: ରାଜ୍ୟରେ ରାତିର ତାପମାତ୍ରା ପୁଣି କମିବା ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଶୀତ ବଢ଼ିବ। ରାଜ୍ୟର କେତେକ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲ୍ସିୟସ୍ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁସାରେ ଜାନୁଆରି ୨ ତାରିଖରେ ରାଉରକେଲା ଓ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୧୦ଡିଗ୍ରୀ ରହିବାର ସମ୍ଭାବନା ରହିଛି। ସେହିପରି ଫୁଲବାଣୀ ଓ ସୁନ୍ଦରଗଡ଼ ୯ ଡିଗ୍ରୀ, ବାରିପଦା ଏବଂ ଅନୁଗୁଳରେ ତାପମାତ୍ରା ୧୧ ଡିଗ୍ରି ରହିବାର ସମ୍ଭାବନା ରହିଛି।