ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ବିଜେଡି ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିବା ପରେ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୪୯ ଆସନ ପାଇଁ ଘୋଷଣା ହେଲା ପ୍ରାର୍ଥୀ ତାଲିକା। ବିଧାନସଭା ପାଇଁ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ। ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି ଶରତ ପଟ୍ଟନାୟକ। ପଦ୍ମପୁରରୁ ଟଙ୍କଧର ସାହୁ, ବିଜେପୁରରୁ କିଶୋର ଦଫାଦାର, ବରଗଡ଼ରୁ ନିପନ ଦାସ, ଭଟଲୀରୁ ବ୍ରହ୍ମା ମହାକୁଡ଼, ବ୍ରଜରାଜନଗରରୁ କିଶୋର ପଟେଲ, ତଳସରାରୁ ପ୍ରବୋଧ ତିର୍କୀ, ସୁନ୍ଦରଗଡ଼ରୁ ସୁଧାରାଣୀ ରାଉଡ଼ିଆ, ରଘୁନାଥପାଲୀରୁ ଗୋପାଳ ଦାସ, ରାଉରକେଲାରୁ ବୀରେନ୍ଦ୍ର ନାଥ ପଟ୍ଟନାୟକ, ରାଜଗାଙ୍ଗପୁରରୁ ରାଜନ ଏକ୍କା, ଲୋଇସିଂହାରୁ ଓମ୍ ପ୍ରକାଶ କୁମ୍ଭାର, ପାଟଣାଗଡ଼ରୁ ଅନୀଲ ମେହେର, ବଲାଙ୍ଗିରରୁ ସମରେନ୍ଦ୍ର ମିଶ୍ର, କଣ୍ଟାବାଂଜିରୁ ସନ୍ତୋଷ ସିଂ ସାଲୁଜା, ଉମରକୋଟରୁ ସନରାଜ ଗଣ୍ଡ, ଝରିଗାଁରୁ ହାରାବତୀ ଗଣ୍ଡ ନିର୍ବାଚନ ଲଢ଼ିବେ। ସେହିପରି ପ୍ରକାଶ ପାଇଲା କଂଗ୍ରେସ ଲୋକସଭା ପ୍ରାର୍ଥୀ ତାଲିକା। ବରଗଡ଼ରୁ ଲଢ଼ିବେ ସଂଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗିରରୁ ମନୋଜ ମିଶ୍ର, କଳାହାଣ୍ଡିରୁ ଦ୍ରୌପଦୀ ମାଝୀ, ନବରଙ୍ଗପୁରରୁ ଭୁଜବଳ ମାଝୀ, କନ୍ଧମାଳରୁ ଅମିର ଚାନ୍ଦ ନାୟକ, ବ୍ରହ୍ମପୁରରୁ ରଶ୍ମିରଂଜନ ପଟ୍ଟନାୟକ, କୋରାପୁଟରୁ ସପ୍ତଗିରି ଉଲାକା ନିର୍ବାଚନ ଲଢ଼ିବେ।