ବାଲେଶ୍ବର ସହରରେ ଆଜି ସକାଳୁ ଜନଜୀବନ ସ୍ବାଭାବିକ ହୋଇଛି। ସକାଳେ ଦୋକାନବଜାର ଖୋଲିଛି। ହାଟବଜାରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ସକାଳ ୫ରୁ ଦିନ ୨ଟା ଯାଏ କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଥିବା ହେତୁ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଏହାସହିତ ବ୍ରଡ୍ବ୍ୟାଣ୍ଡ ଇଣ୍ଟରନେଟ୍ ସେବା ଚାଲୁ କରିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ମୋବାଇଲ ଇଣ୍ଟରନେଟ୍ ଉପରେ ପୂର୍ବ ପରି କଟକଣା ଜାରି ରହିବ ବୋଲି ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି।ସୂଚନାଯୋଗ୍ୟ,୬ ଦିନ ହେଲା କର୍ଫ୍ୟୁ ବଳବତ୍ତର ରହିଥିବାରୁ ବାଲେଶ୍ବର ସହରରେ ଜନଜୀବନ ଏକପ୍ରକାର ଅଚଳ ହୋଇପଡ଼ିଥିଲା। ସାନ୍ଧ୍ୟ ଆଇନ ସାଙ୍ଗକୁ ଇଣ୍ଟରନେଟ୍ ସେବା ବନ୍ଦ ରହିଥିବାରୁ ବ୍ୟାଙ୍କ, ସରକାରୀ ଓ ବେସରକାରୀ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ଯଦିଓ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଗୁରୁବାର ୪ ଘଣ୍ଟା ଓ ଶୁକ୍ରବାର ୬ ଘଣ୍ଟା କର୍ଫ୍ୟୁ କୋହଳ କରାଯାଇଥିଲା।