ତୀବ୍ର ବାତ୍ୟାର ରୂପ ନେଇ ସାରିଛି ବାତ୍ୟା ‘ରେମାଲ’ । ଆଜି ମଧ୍ୟରାତ୍ରୀରେ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ମନୋରମା ମହାନ୍ତି ।ଉପକୂଳ ଓଡିଶାରେ ମଧ୍ୟ ଆଜି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୪୮ ଘଣ୍ଟା ପରେ ରାଜ୍ୟରେ ପାରା ବଢିବ ବୋଲି ଆକଳନ ହୋଇଛି । ସେପଟେ ‘ରେମାଲ’ର ପ୍ରଭାବ ଓଡ଼ିଶାରେ ଏହାର ସିଧା ପ୍ରଭାବ ନପଡ଼ିଲେ ମଧ୍ୟ ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।