ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ରେମାଲ ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରିରେ ପଶ୍ଚିମବଙ୍ଗ ଉପକୂଳ ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପାରା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିଛି । ଘଣ୍ଟା ପ୍ରତି ୧୩୦କିମି ବେଗରେ ପବନ ସହ ପଶ୍ଚିମବଙ୍ଗ ଓ ବାଂଲା ଉପକୂଳରେ ରଚିଲା ତାଣ୍ଡବ । ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ରାତି ତମାମ ବର୍ଷା । ଆଜିଠୁ ରାଜ୍ୟରେ ପୁଣି ବୃଦ୍ଧି ପାଇବା ଦିନର ତାପମାତ୍ରା ।