ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଅସୁସ୍ଥ । ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ହଠାତ୍ ଖରାପ ହେବାରୁ ତାଙ୍କୁ ଏମ୍ସର ନ୍ୟୁରୋ ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା । ମିଳିଥିବା ସୂଚନା ଅନୁଯାୟୀ, ପିଠିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ସୂଚନା ମିଳିଛି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ୧୦ ଜୁଲାଇ ୨୦୨୪ରେ ତାଙ୍କର ୭୩ତମ ଜନ୍ମଦିନ ପାଳନ କରିଥିଲେ । ଦେଶର ସମସ୍ତ ନେତା ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରତିରକ୍ଷା ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା କୁ ନେଇ ଏମ୍ସ ପକ୍ଷରୁ ଆନୁଷ୍ଠାନିକ ଭାବେ କୌଣସି ବିବୃତି ଜାରି କରାଯାଇନାହିଁ ।