ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି। ମୃତ ଭକ୍ତଙ୍କ ଘର ରାଜସ୍ଥାନରେ ବୋଲି ଜଣାପଡ଼ିଛି। ଅମ୍ବାଲାଲ ପରିବାର ସହ ମହାପ୍ରଭୁଙ୍କ ସ୍ନାନଯାତ୍ରା ଦେଖିବାକୁ ଆସିଥିଲେ । ସ୍ନାନବେଦୀରେ ବିରାଜିତ ଶ୍ରୀଜିଉଙ୍କ ଦର୍ଶନ କରିବା ସମୟରେ ମୁଣ୍ଡ ବୁଲାଇବାରୁ ସେ ହଠାତ ପଡ଼ି ଯାଇଥିଲେ । ତାଙ୍କ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲ ନିଆଯାଇଥିଲା । ହେଲେ ସେତେବେଳକୁ ତାଙ୍କ ମୃତ୍ୟୁ ଘଟି ସାରିଥିଲା ।ଶ୍ରୀମନ୍ଦିର ଭିତରେ ଦର୍ଶନ ବେଳେ ସେ ଅସୁସ୍ଥ ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ତୁରନ୍ତ ପୁରୀ ବଡ଼ ଡାକ୍ତରଖାନା ନିଆ ଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।