ଭାରତ ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ମହାରାଷ୍ଟ୍ରର ପୁଣେ ସହରର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜ୍ୱର ଏବଂ ଛାତି ସଂକ୍ରମଣ ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି। ରାଷ୍ଟ୍ରପତିଙ୍କୁ ବୁଧବାର ଭାରତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, “ପୂର୍ବତନ ରାଷ୍ଟ୍ରପତି ପ୍ରତୀଭା ପାଟିଲଙ୍କୁ ଗତକାଲି ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଜ୍ୱର ଏବଂ ଛାତିରେ ଯନ୍ତ୍ରଣା ହୋଇଥିବାରୁ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ସେ ସୁସ୍ଥ ଅଛନ୍ତି ଏବଂ ଚିକିତ୍ସିତ ହେଉଛନ୍ତି। ପ୍ରତୀଭା ପାଟିଲ ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ଥିଲେ। ସେ ୨୦୦୭ ରୁ ୨୦୧୨ ପର୍ଯ୍ୟନ୍ତ ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ରହିଥିଲେ।