ଏମଏସପି ଗ୍ୟାରେଣ୍ଟି, ବେକାରୀ ସମସ୍ୟା ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଚାଲିଛି ଆନ୍ଦୋଳନ । ଆଜି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ ଫସଲର ଏମଏସପି ବୃଦ୍ଧିକୁ ଆଇନଗତ ସ୍ୱୀକୃତି ଦେବାକୁ ଦାବି କରି କୃଷକ ସଂଗଠନ ଏହି ବନ୍ଦ ଡାକରା ଦେଇଛନ୍ତି । କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ମଧ୍ୟ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି । ଅପରାହ୍ନ ୪ଟା ଯାଏ ବନ୍ଦ ଡାକରା ଦିଆଯାଇଥିବା ବେଳେ ଜରୁରୀକାଳୀନ ସେବାକୁ ଏଥିରୁ ବାଦ ଦିଆଯାଇଛି।ଏହି ଆନ୍ଦୋଳନକୁ ଭଣ୍ଡୁର କରିବା ଷଡଯନ୍ତ୍ର ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଅପରାହ୍ନ ୧୨ଟାରୁ ୪ଟା ପର୍ଯ୍ୟନ୍ତ ଦେଶର ବିଭିନ୍ନ ପ୍ରମୁଖ ସ୍ଥାନରେ ଚାଷୀମାନେ ଚକାଜାମ କରିବାକୁ ଚେତାବନୀ ଦେଇଛନ୍ତି ।