ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୋଲିଂପାର୍ଟି । ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ । ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ । ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ବୀପର ଗୋଟିଏ ଲେଖାଏଁ ସିଟରେ ବି ମତଦାନ ସାବ୍ୟସ୍ତ କରିବେ ଜନତା। ତା’ସହ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ