ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ଚଳିତ ବର୍ଷ ମାର୍ଚ୍ଚ ୩୦ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ । ଏ ନେଇ ସୂଚନା ଆଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା । ଏଥିପାଇଁ ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି ।
ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି । ତେଣୁ ଯାହାର ୫ ଏକର ଜମି ଅଛି ବା ନାହିଁ, ଏହି ଦ୍ଵନ୍ଦ ପାଇଁ ଡିସେମ୍ବର ୩୦ ଯାଏଁ ସମୟ ଦିଆ ଯାଇଥିବା ବେଳେ ବର୍ତ୍ତମାନ ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି । ତେଣୁ ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଆସିବା ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ।