ଅଲିମ୍ପିକରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳ ଗୁରୁବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ନବୀନ ପଟ୍ଟନାୟକ ଖେଳାଳିମାନଙ୍କୁ ଉପଢ଼ୌକନ ଓ ରୁପା ତାରାକସିର କୋଣାର୍କ ଚକ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।ଏହି ଅବସରରେ ନବୀନ ଖେଳାଳୀମାନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଦେଶର ଗୌରବକୁ ଆହୁରି ଉଚ୍ଚସ୍ତରକୁ ନେବାକୁ କାମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ। ଆଗାମୀ ଅଲମ୍ପିକରେ ଓଡିଶା ତଥା ଭାରତ ହକିରେ ସୁନା ପଦକ ଆଶା ରଖିଛନ୍ତି ବୋଲି ନବୀନ ସାକ୍ଷାତ୍ ଅବସରରେ ହକିଦଳକୁ କହିଛନ୍ତି।