ମହଙ୍ଗା ପଡିଲା ଦାଦାଗିରି । ବୁଥ୍ ଭିତରେ ପଶି ଇଭିଏମ ଭଙ୍ଗାରୁଜା ଘଟଣାରେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ବାନ୍ଧିଲା ପୋଲିସ । ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନଂ ବୁଥରେ ଗଣ୍ଡଗୋଳ, ମାରପିଟ୍ ଓ ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀଙ୍କୁ ପୋଲିସ ବିଳମ୍ବିତ ରାତିରେ ଗିରଫ କରିଛି । ପରେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଆବାସିକ କାର୍ୟ୍ୟାଳୟରେ ହାଜର କରାଯାଇଥିଲା । ଜାମିନ ନାମଞ୍ଜୁର ପରେ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଛି । ପ୍ରିଜାଇଡିଂ ଅଫିସର ଜ୍ଞାନରଞ୍ଜନ ତ୍ରିପାଠୀଙ୍କ ଅଭିଯୋଗ ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୋଲିସ ଗିରଫ କରିଛି ।