ବାଲେଶ୍ୱର ସହରରେ ବନ୍ଦ ରହିଛି ଇଣ୍ଟରନେଟ ସେବା । ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପରେ ପୁରା ସହରରେ ଅନିର୍ଦ୍ଧିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି ହୋଇଛି । ଘଟଣାରେ ୩୪ ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ୪୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । କର୍ଫ୍ୟୁ ସମୟରେ ଘରୁ ନବାହାରି ପୋଲିସକୁ ସହଯୋଗ କରିବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି । ସହରରେ ସମସ୍ତେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ବାଲେଶ୍ୱରକୁ ସଂଯୋଗ କରୁଥିବା ସବୁ ରାସ୍ତା ସିଲ କରାଯାଇଛି ।ବାଲେଶ୍ୱର ସଦର ସୁନହଟ ଅଞ୍ଚଳରେ ସୋମବାର ସକାଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଯାହାକୁ ନେଇ ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଥିଲା । ଦୁଇ ଗୋଷ୍ଠୀ ପରସ୍ପରଙ୍କୁ ଆକ୍ରମଣ କରିଛନ୍ତି । ପରସ୍ପରକୁ ପଥର, କାଚ ବୋତଲ ଫୋପାଡିବାରୁ ପୁଲିସ କର୍ମଚାରୀଙ୍କ ସମେତ ୧୦ ଜଣ ଲହୁଲୁହାଣ ହୋଇପହିଛନ୍ତି ।