ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚବିଦ୍ୟାଳୟର ଛାତ୍ରଛାତ୍ରୀମାନେ “କୌଶଳୀ’ ସ୍କୁଲ କ୍ଲବ୍ ଜରିଆରେ ପ୍ରଯୁକ୍ତିବିଦ୍ୟା (ଆଇଟି) ଓ କୋଡିଂ ଶିକ୍ଷା ଗ୍ରହଣ କରିବାକୁ ଯାଉଛନ୍ତିା ସେମାନଙ୍କୁ ଶିକ୍ଷାଦାନକରିବା ପାଇଁ ରାଜ୍ୟସ୍ତରରେ ପ୍ରଶିକ୍ଷଣ ଆରମ୍ଭ ହୋଇଛିା
ବିଦ୍ୟାଳୟଗୁଡିକରେ ସ୍କୁଲ କ୍ଲବ୍ ମାଧ୍ୟମରେ ଆକାଂକ୍ଷୀ ପାଠ୍ୟକ୍ରମର ପ୍ରଚଳନ କରାଯାଉଛିା ପାଠ୍ୟକ୍ରମରେ ୪ଟି ସ୍କୁଲ କ୍ଲବ୍(କ୍ରୀଡ଼ାଙ୍ଗନ, କୌଶଳୀ, ସାହିତ୍ୟ ସୃଜନୀ, ଜିଜ୍ଞାସା) ନୂତନ ଭାବେ କାର୍ଯ୍ୟକାରୀ ହେବାକୁ ଯାଉଛିା ଏହାକୁ ସଫଳ ପରିଚାଳନା ପାଇଁ ଏବେ ମୁଖ୍ୟ ପ୍ରଶିକ୍ଷକଙ୍କୁ ପ୍ରଶିକ୍ଷଣ ରାଜ୍ୟସ୍ତରରେ ଦିଆଯାଉଛିା
ବର୍ତ୍ତମାନ ସମୟର ଆହ୍ୱାନ ଅନୁସାରେ ଛାତ୍ରଛାତ୍ରୀଙ୍କର ପ୍ରଯୁକ୍ତିବିଦ୍ୟା ଓ କୋଡିଂ ଶିକ୍ଷାର ଆବଶ୍ୟକତାକୁ ଭିତ୍ତିକରି ଶିକ୍ଷା ବିଭାଗ ଏଭଳି ଏକ ନୂତନ ପାଠ୍ୟକ୍ରମକୁ ବିଶେଷ ଗୁରୁତ୍ୱ ଦେଉଛି।