ଜୁଲାଇ ୭ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା । ଏଥିପାଇଁ ରଥ ନିର୍ମାଣ କାର୍ଯ୍ୟ କୁ ଜୋର୍ ସୋର୍ରେ ଆଗେଇ ନେଉଛନ୍ତୀ ରଥ ନିର୍ମାଣକାରୀ ସେବକ ମାନେ । ତେବେ ଆସନ୍ତା ଜୁଲାଇ ୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ । ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ । ଜୁଲାଇ ପ୍ରଥମମାର୍ଦ୍ଧରେ ରାଜ୍ୟରେ ବର୍ଷା ପରିମାଣ ୨୫% ନିଅଣ୍ଟିଆ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।୧୦ରୁ ୧୭ ତାରିଖ ମଧ୍ୟରେ ଉତ୍ତର ଉପକୂଳରେ ମୋଟ ୫୦ରୁ ୬୦ମିମି ବର୍ଷା ହେବାର ସମ୍ଭାବନା ଅଛି। ଅନ୍ୟ ଅଞ୍ଚଳରେ ୭୦ରୁ ୮୦ମିମି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।