ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଭୋରୁ ଭୋରୁ ହଜାର ହଜାର ଶଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୁରୀ ବେଳାଭୂମି, ଭୁବନେଶ୍ୱର ବିନ୍ଦୁସାଗରରେ ଶ୍ରଦ୍ଧାଳକୁ ମାନେ ଭୋର ୪ ଟାରୁ ଉଠି ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇଛନ୍ତି ।ବିଶ୍ୱାସ ରହିଛି ବର୍ଷକରେ ଥରେ ଏହି ଦିନରେ ସ୍ନାନ କରି ଡଙ୍ଗା ଭସାଇଲେ ପୂଣ୍ୟ ମିଳିଥାଏ । ଯେଉଁଥିପାଇଁ ଲୋକେ ଡଙ୍ଗାରେ ପାନ, ଗୁଆର ଥୋଇ ଧରମ ମାସରେ ଡଙ୍ଗା ଭସାଉଛନ୍ତି । ଭିଡକୁ ଦୃଷ୍ଟିରେ ରଖି ପୁରୀ, ଭୁବନେଶ୍ୱର, ଚନ୍ଦ୍ରଭାଗା ଆଦି ସ୍ଥାନରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।
ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର ।’ ଓଡିଶା ସଂସ୍କୃତି ଓ ପରମ୍ପରାର ଭିନ୍ନ ଏକ ଦିଗଦର୍ଶନ । ଏହି ଦିନଟି ମନେ ପକାଏ ଉତ୍କଳର ଐତିହ୍ୟ, ସାଧବପୁଅଙ୍କ ଲେଉଟାଣୀର କାହାଣୀ । ଦୂର ଦୂରକୁ ବାଣିଜ୍ୟ ପାଇଁ ଯାଇଥିବା ଓଡ଼ିଆପୁଅ ମାନେ ସେହିଦିନ ହିଁ ପ୍ରତ୍ୟାବର୍ତ୍ତନ କରିଥାନ୍ତି । ଏ ପରମ୍ପରା ହିଁ ବଖାଣେ ଯେ ଓଡ଼ିଶାର ବୋଇତ ବନ୍ଦାଣର ଐତିହ୍ୟ ।ଆକାମାବୈରେ ଗୁଞ୍ଜରିତ ସେଦିନର ଉପକୂଳ ଅଞ୍ଚଳର ସ୍ମୃତି ଆଜି ବି ପ୍ରତି ଓଡ଼ିଆଙ୍କ ରକ୍ତବିନ୍ଦୁରେ ରହିଛି। ଆଉ ସେହି ପରମ୍ପରାକୁ ଉତ୍ସବ ଭାବେ ପାଳନ କରିବା ନିମିତ୍ତ ପୁର ପଲ୍ଲୀରେ ବୋଇତ ବନ୍ଦାଣ ଉତ୍ସବ ପାଳନ ହେଉଛି। ସାତ ଭାଇ ଓ ତଅପୋଇ କିମ୍ବଦନ୍ତୀ ଏହି ପରମ୍ପରାରେ ରହିଛି।କାର୍ତ୍ତିକ ପୂର୍ଣ୍ଣିମା ଦିନ ଡଙ୍ଗା ଭସା ଅତି ଉତ୍ସାହର ସହ ପାଳନ କରାଯାଏ।