ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କୁ ଅର୍ଥ ହେରଫେର ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ଦିନ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। କେଜ୍ରିୱାଲ୍ଙ୍କୁ ଏହି ଜାମିନ୍ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ମିଳିଛି।ଦିଲ୍ଲୀର ମଦ ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ବେଳେ ଚାଲିଥିବା ଲୋକସଭା ନିର୍ବାଚନ ପ୍ରଚାରରେ ଅଂଶଗ୍ରହଣ କରିବାକୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ କରାଯାଇଥିଲା। ଯାହାକୁ ଅଦାଲତ ମଞ୍ଜୁରୀ ଦେଇଛନ୍ତି।