ଆଜିଠାରୁ ରାଜ୍ୟରେ ବିସ୍ତୃତ ବର୍ଷା ଲାଗି ରହିପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଏବଂ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଆଗୁଆ ସୂଚନା ଜାରି କରାଯାଇଛି । ୪ ତାରିଖରେ କେତେକ ରାଜ୍ୟରେ ୭୦-୨୦୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହା ବ୍ୟତୀତ ୫ ତାରିଖରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଯାଜପୁର ଓ ଢେଙ୍କାନାଳରେ ୭୦-୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଉତ୍ତରପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଆଜି ଉତ୍ତର ବଙ୍ଗୋପସାଗରକୁ ଆସିବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ । ରବିବାର ଅର୍ଥାତ ଆଜି ବାଲେଶ୍ୱର, ଢେଙ୍କାନାଳ, କେନ୍ଦୁଝର, ବୌଦ୍ଧ, ମୟୁରଭଞ୍ଜ, କଟକ, ଯାଜପୁର, ଭଦ୍ରକ, ଅନୁଗୁଳ, ଦେବଗଡ଼, ସୋନପୁର, କନ୍ଧମାଳ, ସମ୍ବଲପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାର କେତକ ସ୍ଥାନରେ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।