ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି।ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରିବା ଦିଗରେ ଏହି ଫେଡେରେସନମାନଙ୍କର ସ୍ୱତନ୍ତ୍ର ଭୂମିକା ରହିଛି। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।