ବାଲେଶ୍ୱର ବାହାନଗାରେ ଘଟିଥିବା ଛାତିଥରା ରେଳ ଦୁର୍ଘଟଣାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନା ହେଲିକପ୍ଟରରେ ଆସି ସେ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଦୁର୍ଘଟଣାସ୍ଥଳରେ ସ୍ଥିତି ଅନୁଧ୍ୟାନ ପାଇଁ ମୋଦି ସେଠାରେ ପହଞ୍ଚିଛନ୍ତି । ଦୁର୍ଘଟଣାସ୍ଥଳ ଅନୁଧ୍ୟାନ ପରେ କଟକ ଯିବାର ଯେଉଁ କାର୍ଯ୍ୟକ୍ରମ ଥିଲା ସେଥିରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ମୋଦି ଆଉ କଟକ ନଯାଇ ପୁଣି କଲେଇକୁଣ୍ଡା ଫେରିଯିବେ ।ପ୍ରଧାନମନ୍ତ୍ରୀ ମୋଦୀ ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଡାକ୍ତରଖାନାରେ ଆହତଙ୍କୁ ଭେଟିବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ପୂର୍ବାହ୍ଣରେ ଟ୍ରେନ୍ ଦୁର୍ଘଟଣା ନେଇ ସମୀକ୍ଷା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ରେଳବାଇର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୋଦୀଙ୍କ ଅଚାନକ ଓଡ଼ିଶା ଗସ୍ତ ପୂର୍ବରୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପୂର୍ବରୁ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।