ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ । ସକାଳୁ ସକାଳୁ ଟୁଇନ ସିଟି ସମେତ ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସହ ଝିପିଝିପି ବର୍ଷା ହୋଇଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକରେ କୋହଲା ପାଗ । ରାଜ୍ୟରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣରୁ ବର୍ଷା ହେବା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଜାରି କରାଯାଇଛି। ଅନ୍ୟପଟେ ୨ ଦିନ ପରେ ରାଜ୍ୟରେ ଶୀତ ଅନୁଭୂତ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଉ ଦୁଇ ଦିନ ପରେ ପାଗ ବଦଳିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ନେଇ ଆକଳନ କରାଯାଇଛି । ଏଥିସହ ଦିନ ତାପମାତ୍ରା ୨ ରୁ ୪ ଡିଗ୍ରୀ ବଢିବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡା, ବଲାଙ୍ଗୀର ,ସମ୍ବଲପୁର, ସୋନପୁର, ଦେବଗଡ଼ ଓ କେନ୍ଦୁଝରରେ ଶୀତର ପ୍ରକୋପ ଅଧିକ ରହିବ।