ଦୁଇ ଦିନିଆ odisha ଗସ୍ତରେ ଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳୁ ସକାଳୁ ଶ୍ରୀମନ୍ଦିରରେ ଶ୍ରୀଜିଓଙ୍କୁ ଦର୍ଶନ କରିଛନ୍ତି । ଆଜି ସକାଳେ ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା। ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନିଆଯାଇଥିଲା । ନିର୍ମଳାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଅଛନ୍ତି । ମହାପ୍ରଭୁଙ୍କୁ ଦର୍ଶନ ପରେ ୯ଟା ୧୫ରୁ ୧୦ଟା ୧୫ ମଧ୍ୟରେ ‘ମୋ ମାଟି ମୋ ଦେଶ ଅଭିଯାନ’ରେ ପୁରୀ ପେଣ୍ଠକଟା ଠାରେ ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ । ଏଥିରେ ତିନିହଜାର ଛାତ୍ରଛାତ୍ରୀ ସାମିଲ ହେବେ ।