ନିରବିଯାଇଛି ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ସ୍ୱର | ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ, ଗୀତିକାର, କଣ୍ଠଶିଳ୍ପୀ ତଥା ଅଭିନେତା ସ୍ବରୂପ ନାୟକ ଆଉ ନାହାନ୍ତି। ସଂଗୀତ ନିର୍ଦ୍ଦେଶକ ସ୍ଵରୂପ ନାୟକଙ୍କ ପରଲୋକ ଘଟିଛି । ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ ଥିଲେ ସ୍ଵରୂପ । ବହୁ ଓଡ଼ିଆ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ସ୍ୱରୂପ । ଓଲିଉଡକୁ ତାଙ୍କର ଥିଲା ସ୍ଵତନ୍ତ୍ର ଅବଦାନ । 41 ଚଳଚ୍ଚିତ୍ରରେ ରହିଛି ତାଙ୍କର ଅବଦାନ । ୭୬ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ । ୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିଲେ ସ୍ୱରୂପ ।
ସେ ଏବେ ଯାଏଁ ୩୦ଟି ଚଳଚ୍ଚିତ୍ର ପାଇଁ ଗୀତ ଲେଖିଥିଲେ । ୬ଟି ଚଳଚ୍ଚିତ୍ରରେ ସେ ଅଭିନୟ କରିଛନ୍ତି। ସେହିପରି ୬ଟି ଚଳଚ୍ଚିତ୍ରରେ ଗୀତ ଗାଇ ଥିଲେ । ୧୯୬୨ ମସିହାରେ ରିଲିଜ ହୋଇଥିବା ‘ଜୟଦେବ’ ଚଳଚ୍ଚିତ୍ରରେ ସେ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ । ୧୯୮୪ ମସିହାର ଓଡ଼ିଆ ଚଳଚ୍ଚିତ୍ର ‘ହୀରାଲୀଳା’ରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ ।ଓଡ଼ିଆ ଆଧୁନିକ ସଙ୍ଗୀତର ଜଗତର ଅନ୍ୟତମ ସ୍ରଷ୍ଟା ଭାବେ ବେଶ ପରିଚିତ ସ୍ୱରୂପ ଓଡ଼ିଆ, ବଙ୍ଗଳା, ହିନ୍ଦୀ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ |