ଆଜି ସେଇ ମାହେନ୍ଦ୍ର ବେଳା । ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ପରେ ପରେ ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି ।ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ଚାଲିବ ନାମ ସଂକୀର୍ତ୍ତନ ଶୋଭାଯାତ୍ରା । ଏହା ଆଗରୁ ପଞ୍ଚକର୍ମ, ଶାଳା ପ୍ରବେଶ ଓ ନୂତନ ନିର୍ମାଣ ସ୍ଥଳରେ ସଂସ୍କାରିତ ଜଳ ସିଞ୍ଚନ ହୋଇଛି । ଚାରି ଦ୍ୱାରରେ ବେଦ ପାଠ ବି କରାଯାଇଛି । ଲୋକାର୍ପଣ ଉତ୍ସବ ପାଇଁ ସବୁ ପ୍ରସ୍ତୁତି ସରିଛି । ଏବେ କେବଳ ଅପେକ୍ଷା ସେହି ଶୁଭ ଲଗ୍ନ ସମୟକୁ ।