ବିରୋଧୀଙ୍କ ଆକ୍ରମଣରେ ଆହାତ ହୋଇଥିବା ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଭୁବନେଶ୍ୱ ଏମ୍ସ ସ୍ଥାନାନ୍ତର କରାଯାଇଛି । ପ୍ରଦୀପଙ୍କ ପଞ୍ଜରା ହାଡରେ ଆଘାତ ଲାଗିଥିବା ସୂଚନା ମିଳିଛି । । ଅଧକ ଚିକିତ୍ସା ପଇଁ ଏମ୍ସରେ ଭର୍ତ୍ତି କରାଯାଇଥିବା ନେଇ ପରିବାର ଲେକାଙ୍କ ପାଖରୁ ସୂଚନା ମିଳିଛି । ଗତକାଲି ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲା । ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ । ପ୍ରଦୀପଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା ।ଆଜି ସକାଳେ ପ୍ରଦୀପଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି ।