ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।
Rath Yatra greetings to everyone. As we celebrate this sacred occasion, may the divine journey of Lord Jagannath fill our lives with health, happiness and spiritual enrichment. pic.twitter.com/ATvXmW3Yr0
— Narendra Modi (@narendramodi) June 20, 2023
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। ଜୟ ଜଗନ୍ନାଥ… pic.twitter.com/j0yIzDaBw7
— President of India (@rashtrapatibhvn) June 20, 2023