ଭୁବନେଶ୍ବର: ଓଡିଶାରେ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି । ଓଡିଶାରେ ୫ ଦିନ ରହିବେ ରାଷ୍ଟ୍ରପତି । ବିମାନବନ୍ଦରରେ ପହଞ୍ଚିଲା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିମ ମନୋଜ ଆହୁଜା, ଭୁବନେଶ୍ବର ମେୟର ସୁଲୋଚନା ଦାସ ସ୍ବାଗତ କରିଥିଲେ।
ବିମାନ ବନ୍ଦରରୁ ଚନ୍ଦ୍ରଶେଖରପୁର ଯାଇ ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନବନିର୍ମିତ ପ୍ରତିମୂର୍ତ୍ତୀକୁ ଉଦଘାଟନ କରିବେ। ସନ୍ଧ୍ୟାରେ ସେ ରାଜଭବନ ଫେରି ସେଠାରେ ରାତ୍ରୀଯାପନ କରିବେ। ଆସନ୍ତାକାଲି ସକାଳୁ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସକାଳ ୯ଟା ୫୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଁଚିବେ। ସକାଳ ୧୦ଟା ୧୫ରେ ସେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଯିବେ। ପରେ ନୌସେନା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ନୌବୀରଙ୍କ ପରାକ୍ରମ ଦେଖିବେ ।
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଉଭୟ ଭୁବନେଶ୍ବର ଓ ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ 3 ଜଣ ଡିସିପି ରାଙ୍କର ଅଫିସର, 15 ଜଣ ଅତିରିକ୍ତ ଡିସିପି ରାଙ୍କର ଅଫିସର, 45 ଏସିପି ରାଙ୍କର ଅଫିସର, 200 ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର ସୁରକ୍ଷା ଦାୟିତ୍ୱରେ ରହିବେ। ଟ୍ରାଫିକ ନିୟନ୍ତ୍ରଣ ସହ ସୁରକ୍ଷା ବ୍ୟବସ୍ଥା ପାଇଁ 40 ପ୍ଲାଟୁନରୁ ଉର୍ଦ୍ଧ୍ବ ଫୋର୍ସ ମୁତୟନ ହେବ।