ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି। ଘଡଘଡି ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୭ ତାରିଖ ଶନିବାର ଗଣେଶ ପୂଜାରେ ମଧ୍ୟ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ଅନୁଗୁଳ ଏବଂ ଢେଙ୍କାନାଳକୁ ସତର୍କତା ଜାରି କରାଯାଇଛି। ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ବର୍ଷା ହେଲେ ମଧ୍ୟ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।